Gold Price Today 28th August 2024: କମିଲା ସୁନା ଦର, କିଣିବା ପୂର୍ବରୁ ଜାଣି ନିଅନ୍ତୁ ଦାମ୍

ସୁନା ଦରରେ ପରିବର୍ତ୍ତନ । ଆଜି ପୁଣି କମିଛି ସୁନାର ଦାମ୍ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...

gold price today

News Summary

କମିଲା ସୁନା ଦର

ଆଜି  କଟକ ଓ ଭୁବନେଶ୍ୱରରେ କମିଛି ସୁନା ।  ଗତକାଲି ଅପେକ୍ଷା ସୁନାର ଦାମ୍ ହ୍ରାସ ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୯୩୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୯୩ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୫୪୪ ଟଙ୍କା ରହିଛି।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୪,୭୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୯୩ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୫୪୪ ଟଙ୍କା ରହିଛି । ଏହାଛଡା  ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୮ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୫୦ ଓ ୧ କେଜି ପିଛା ୯୩,୫୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।