Advertisment

Gold Price Today 28th Jan 2023: ବଢିଛି ସୁନା ରୁପା ଦାମ୍, କିଣିବା ପୂର୍ବରୁ ନଜର ପକାନ୍ତୁ କେତେ ରହିଛି ଦର

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୮୦୦ ଟଙ୍କା ରହିଛି ।

Gold Price Today

Gold Price Today

Advertisment

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ପରିବର୍ତ୍ତନ ଦେଖାଦେଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬ ହଜାର  ୮୦୦ ଟଙ୍କା ଟଙ୍କା ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୪,୫୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୯ ହଜାର ୬୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୪,୮୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୫,୨୦୦ ଟଙ୍କା ରହିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୮୯୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୭୫୫ (କ୍ୟାସ ୯୯୫) ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି।  ଶୁଦ୍ଧ ରୂପା କିଲୋ ପିଛା ୭୦,୫୦୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ