Advertisment

Gold Price Today 29th April 2024: ସୁନା ଦରରେ ପରିବର୍ତ୍ତନ, ଜାଣି ନିଅନ୍ତୁ ଆଜିର ଦାମ୍

ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୬୦୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୫୫୦ ଟଙ୍କା ରହିଛି ।

Gold Price Today

Gold Price Today

Advertisment

ଆଗକୁ ଆସୁଛି ବିବାହ ଋତୁ । ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ସୁନା କିଣିବାକୁ ଚିନ୍ତାରେ ପଡିଲେଣି ଗ୍ରାହକ । କିଛି ଦିନ ହେବ ସୁନାର ଦାମ୍ ଆକାଶ ଛୁଆଁ ରହୁଛି । ତେବେ ଆଜି ସୁନା ଦାମରେ ପରିବର୍ତ୍ତନ ରହିଛି । ଆଜି କମିଛି ସୁନା ଦର ।

Advertisment

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୬୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୫୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୫୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୨୪୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୨୪୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭.୫୦ ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୦୦ ଗ୍ରାମ ୧୦୦ପିଛା ୮,୭୫୦ ଓ ୧ କେଜି ପିଛା ୮୭,୫୦୦ ଟଙ୍କା ରହିଛି।

Advertisment

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ