/odishatv-khabar/media/post_attachments/uploadimage/library/16_9/16_9_0/IMAGE_1685427131.jpg)
Gold Price Today
ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସାମାନ୍ୟ କମିଛି ସୁନା ଦର । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୫୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୫୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୫୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୪୦୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୪୦୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୬.୨୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୧୬.୬୦ ଟଙ୍କା, ୧୦ ଗ୍ରାମ ପିଛା ୭୭୦ଟଙ୍କା , ୧୦୦ ଗ୍ରାମ ପିଛା ୭,୭୦୦ ଓ ୧ କେଜି ପିଛା ୭୭,୦୦୦ ଟଙ୍କା ରହିଛି।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)