/odishatv-khabar/media/post_attachments/uploadimage/library/16_9/16_9_0/IMAGE_1675749153.jpg)
Gold Price Today
ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ପରିବର୍ତ୍ତନ ଦେଖାଦେଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୭ ହଜାର ୦୦୦ ଟଙ୍କା ଟଙ୍କା ରହିଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୪,୬୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍ ସୁନାର ଦର ୪୯ ହଜାର ୭୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୪,୯୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୫,୩୦୦ ଟଙ୍କା ରହିଛି
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୯୧୦ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୭୯୦ (କ୍ୟାସ ୯୯୫) ଟଙ୍କା ରହିଛି। ଆଜି ଶୁଦ୍ଧ ରୂପା କିଲୋ ପିଛା ୭୦,୩୦୦ ଟଙ୍କାରେ କାରବାର ହେଉଛି।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)