Advertisment

Gold Price Today 7th Feb 2023: ପୁଣି ବଢ଼ିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ଦାମ୍

ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୭,୦୦୦ ଟଙ୍କା ରହିଛି ।

ଅଦ୍ୟତନ ହୋଇଛି
Gold Price Today 7th Feb 2023

Gold Price Today

Advertisment

ବିବାହ ଋତୁ ଆରମ୍ଭ ହୋଇସାରିଛି । ଜୋରସୋରରେ ଗହଣା କିଣା ଚାଲିଛି । ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟ ପରିବର୍ତ୍ତନ ଦେଖାଦେଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୭ ହଜାର ୦୦୦ ଟଙ୍କା ଟଙ୍କା ରହିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୪,୬୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍‌ ସୁନାର ଦର ୪୯ ହଜାର ୭୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୪,୯୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୫,୩୦୦ ଟଙ୍କା ରହିଛି

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୯୧୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୭୯୦ (କ୍ୟାସ ୯୯୫) ଟଙ୍କା ରହିଛି।  ଆଜି ଶୁଦ୍ଧ ରୂପା କିଲୋ ପିଛା ୭୦,୩୦୦ ଟଙ୍କାରେ କାରବାର ହେଉଛି।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ