• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ ଆଜିର ସୁନା ମୂଲ୍ୟ

ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ ।  ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ସାମାନ୍ୟ କମିଛି ସୁନା ଦର । ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୦,୬୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୫,୬୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୫୬୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୪,୪୮୦ ଟଙ୍କା ରହିଛି । 

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୫,୫୬୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୪,୪୮୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୭.୮୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୨୨.୪୦ ଟଙ୍କା, ୧୦ ଗ୍ରାମ ପିଛା ୭୭୮ଟଙ୍କା , ୧୦୦ ଗ୍ରାମ ପିଛା ୭,୭୮୦ ଓ ୧ କେଜି ପିଛା ୭୭,୮୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

OTV is now on Whatsapp

Join and get latest news update delivered to you via whatsapp

Join Now