Gold Price Today 7th May 2024: ବଢିଲା ସୁନା ଦର,ଜାଣନ୍ତୁ କେତେ ରହିଛି ଦାମ୍

ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୩୮୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୩୫୦ ଟଙ୍କା ରହିଛି ।

gold necklace

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୩୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୩୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୦୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୮୪୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୩୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୦୮୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି ।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।