ବିବାହ ଋତୁ ଚାଲିଛି। ଏହାକୁ ଲକ୍ଷ୍ୟ ରଖି ଜୋରସୋରରେ ଗହଣା କିଣା ବି ଚାଲିଛି। ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱର ରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୫,୫୩୦ ହୋଇଯାଇଛି ।
ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୦,୯୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୫,୦୯୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୪୦,୭୨୦ ଟଙ୍କା ହୋଇଛି।
ଅଧିକ ପଢ଼ନ୍ତୁ: କିପରି ଜାଣିବେ ସୁନାର ଶୁଦ୍ଧତା; କ’ଣ ଏହି ୨୨ ଏବଂ ୨୪ କ୍ୟାରେଟ୍
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୫,୦୯୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୧,୪୮୦ ଟଙ୍କା ରହିଛି।
ସେହିପରି ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧ ଗ୍ରାମ ପିଛା ୫,୬୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୪୫,୨୪୦ ଟଙ୍କା ରହିଛି। ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୭୧,୮୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୫୭୪,୪୦ଟଙ୍କା, ୧୦ ଗ୍ରାମ ପିଛା ୭୧୮ଟଙ୍କା , ୧୦୦ ଗ୍ରାମ ପିଛା ୭,୧୮୦ ଓ ୧କେଜି ପିଛା ୭୧,୮୦୦ ଟଙ୍କା ରହିଛି।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।