Advertisment

Today Gold Price- 4th Oct : ମହାନବମୀରେ ବଢ଼ିଲା ସୁନା ଦର, ଆପଣଙ୍କ ସହରରେ କେତେ ରହିଛି ଦାମ୍ ଜାଣନ୍ତୁ

ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି।

ଅଦ୍ୟତନ ହୋଇଛି
gold rate today

gold rate today

Advertisment

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ। ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧ ହଜାର ୩୦୦ ଟଙ୍କା ରହିଛି ।  ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୪୯ ହଜାର ୩୦୦ ଟଙ୍କା ରହିଛି।  ଗତକାଲି(ସୋମବାର) ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୪୦୦ ଟଙ୍କା ରହିଥିଲା। ସେହିପରି ସୋମବାର ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ୪୮ ହଜାର ୬୦୦ ଟଙ୍କା ରହିଥିଲା। 

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୭, ୩୯୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ଟଙ୍କା, ୩୮,୯୦୦ ଟଙ୍କା ଓ ୩୦, ୪୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୫୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୭୦୦ ଟଙ୍କାରେ କାରବାର ହେଉଛି । ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।     

Advertisment
Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ