Advertisment

ଜାଣନ୍ତୁ ଆଜିର ସୁନା-ରୂପା ଦର...

ଆଜି ବି ସୁନା ଦରରେ ପରିବର୍ତ୍ତନ ହୋଇଛି । ଜାଣନ୍ତୁ କେତେ...

author-image
Otv Khabar Bureau
ଅଦ୍ୟତନ ହୋଇଛି
Gold price Today

Gold price today, July 12: Check gold rate in Odisha

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ସେହିପରି ଆଜି୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୩୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୫୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୪୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୭୦୦ ଟଙ୍କା, ୪୦, ୫୦୦ ଟଙ୍କା ଓ ୩୨, ୧୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୭୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୨୦ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୮୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତ ଶନିବାର ଅପେକ୍ଷା ଆଜି ରୂପା ଦରରେ ଆଜି ୪୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୭୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today Silver Price Gold Price
Advertisment
Advertisment