Advertisment

ଶସ୍ତା ହେଲା ସୁନା-ରୂପା, ଜାଣନ୍ତୁ କେତେ...

କମିଲା ସୁନା ଦର, କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ...

 Gold price today, July 15: Check gold rate in Odisha

Gold price today, July 15: Check gold rate in Odisha

Advertisment

ଖସିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥିବାବେଳେ ଆଜି ମୂଲ୍ୟରେ ୫୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଆଜି୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧ ହଜାର ୯୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୧୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୦୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୩୦୦ ଟଙ୍କା, ୪୦, ୧୦୦ ଟଙ୍କା ଓ ୩୧, ୮୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୪୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୯୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୭୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତ ଶନିବାର ଅପେକ୍ଷା ଆଜି ରୂପା ଦରରେ ଆଜି ୨୦୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୮୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today Silver Price Gold Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ