/odishatv-khabar/media/post_attachments/uploadimage/library/16_9/16_9_0/IMAGE_1668064587.jpeg)
Today Gold Price
ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧ ହଜାର ୧୧୦ ଟଙ୍କା ଥିବାବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଁ ୫୧ ହଜାର ଟଙ୍କାରେ ପହଞ୍ଚିଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮,୯୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪ ୫୦୦ ଟଙ୍କା, ୪୦,୨୦୦ ଟଙ୍କା ଓ ୩୧, ୬୦୦ ଟଙ୍କା ରହିଛି । ସୁନା କଏନ୍ର ମୂଲ୍ୟ ୪୦,୬୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୮୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)