Today Gold Price- 11th Nov : ବଢିଲା ସୁନା ଓ ରୁପା ଦର; ୧୦ ଗ୍ରାମ ପ୍ରତି କେତେ ହେଲା ଦାମ ଜାଣନ୍ତୁ

ବଢିଲା ସୁନା ଓ ରୁପା ଦର । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଗତକାଲି ୧୦ ଗ୍ରାମର ସୁନା ଦର ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୧,୫୦୦ ଟଙ୍କା ରହିଥିଲା । ଏହି କ୍ରମରେ ଆଜି ବୃଦ୍ଧି ପାଇ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୨,୧୦୦ ଟଙ୍କା ରହିଛି ।

gold price today

News Summary

ବଢିଲା ସୁନା ଦର

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧ ହଜାର ଥିବାବେଳେ ଆଜି ସାମାନ୍ୟ ବୃଦ୍ଧି ପାଇ ୫୧,୭୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୫୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୧୦୦ ଟଙ୍କା, ୪୦,୭୦୦ ଟଙ୍କା ଓ ୩୨, ୦୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୧୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୦୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।