Today Gold Price- 12th Nov :ବିବାହ ଋତୁରେ ବଢିଲା ସୁନା ଦର ,ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ବଢିଲା ସୁନା ଦର । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧ ହଜାର ଥିବାବେଳେ ଆଜି ସାମାନ୍ୟ ବୃଦ୍ଧି ପାଇ ୫୧,୯୦୦ ଟଙ୍କାରେ ପହଞ୍ଚିଛି ।

Today Gold Price

News Summary

ବଢିଲା ସୁନା ଦର

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୧ ହଜାର ଥିବାବେଳେ ଆଜି ସାମାନ୍ୟ ବୃଦ୍ଧି ପାଇ ୫୧,୯୦୦ ଟଙ୍କାରେ ପହଞ୍ଚିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୭୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୩୦୦ ଟଙ୍କା, ୪୦,୯୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୩୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୦୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।