• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦,୯୦୦ ଥିବାବେଳେ ଆଜି ମଧ୍ୟ ମୂଲ୍ୟ ସମାନ ରହିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯,୭୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୩୦୦ ଟଙ୍କା, ୪୦,୯୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୩୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨,୦୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।