Advertisment

କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

କମିଲା ସୁନା ଦର । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୪୫୦ ଟଙ୍କା ରହିଛି ।

author-image
Pallipuspa Samal
gold price today

gold price today

କମିଲା ସୁନା ଦର  । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୫୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୫୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୫୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫,୬୦୦ ଟଙ୍କା, ୪୧,୩୦୦ ଟଙ୍କା ଓ ୩୨, ୬୦୦ ଟଙ୍କା ରହିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୫୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୯୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଆଜି ରୂପା ଦର ମଧ୍ୟ ସାମାନ୍ୟ ଦ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୯,୬୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Today
Advertisment
Advertisment