Advertisment

Today Gold Price - 2nd Sep.: ଜାଣନ୍ତୁ, ଆଜି କେତେ କମିଲା ସୁନା ଓ ରୁପା ଦର

କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୮୫୦  ରହିଛି

author-image
Pallipuspa Samal
ଅଦ୍ୟତନ ହୋଇଛି
gold rate today

gold rate today

ସାମାନ୍ୟ କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୮୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦,୦୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮,୯୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪,୨୦୦ ଟଙ୍କା, ୪୦,୦୦୦ ଟଙ୍କା ଓ ୩୧, ୬୦୦ ଟଙ୍କା ରହିଛି ।

ସେହିପରି ଆଜି ରୂପା ଦର ମଧ୍ୟ ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୪,୫୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today
Advertisment
Advertisment