• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ପୁଣି କମିଲା ସୁନା ଦର

 ପୁଣି କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୫୦ ହଜାର ୯୪୦ ଟଙ୍କା । ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୭ ହଜାର ୬୦୦ ଟଙ୍କାରେ ବିକ୍ରି ହେଉଛି ।

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୭୪୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧, ୫୦୦ ଟଙ୍କା, ୩୭,୫୦୦ ଟଙ୍କା ଓ ୨୯, ୪୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୭,୭୦୦ ଟଙ୍କାରେ ପହଞ୍ଚିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୦୮୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୦୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୨୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।