• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ଜାଣନ୍ତୁ କେତେ ରହିଛି ସୁନା ଓ ରୁପାର ଦାମ୍

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଗତକାଲି ତୁଳନାରେ ଆଜି ୬୨୩ ଟଙ୍କା ବଢ଼ିଛି ସୁନା ମୂଲ୍ୟ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୪୯ ହଜାର ୨ଶହ ଟଙ୍କା । ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୭ ହଜାର ୫୦୦ ଟଙ୍କାରେ ବିକ୍ରି ହେଉଛି । 

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୫୯୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧,୪୦୦ ଟଙ୍କା, ୩୭,୫୦୦ ଟଙ୍କା ଓ ୨୯, ୩୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୭,୯୦୦ ଟଙ୍କାରେ ପହଞ୍ଚିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୦୭୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୦୮୫(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୮,୪୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।