Today Gold Price - 24th Sept :କମିଲା ସୁନା ଓ ରୁପାର ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦର

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ରହିଛି ୪୭ ହଜାର ୭୦୦ ଟଙ୍କା ରହିଛି ।

gold rate today

News Summary

କମିଲା ସୁନା ଦର

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି ।  ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ରହିଛି ୪୭ ହଜାର ୭୦୦ ଟଙ୍କା । 

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୭୯୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧ ହଜାର ୬୦୦ ଟଙ୍କା, ୩୭,୬୦୦ ଟଙ୍କା ଓ ୨୯, ୪୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୭,୮୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୯୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୯୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭,୯୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।