ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୪୯ ହଜାର ୩୦୦ ଟଙ୍କା ରହିଛି । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍ (ଜିଏସଟି) ୧୦ ଗ୍ରାମ୍ ୪୭ ହଜାର ୬୦୦ ଟଙ୍କା ରହିଛି।
ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୫, ୬୯୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୧ ହଜାର ୫୦୦ ଟଙ୍କା, ୩୭,୫୦୦ ଟଙ୍କା ଓ ୨୯, ୪୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍ର ମୂଲ୍ୟ ୩୮,୯୦୦ ଟଙ୍କାରେ ପହଞ୍ଚିଛି ।
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୦୯୦ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୦୮୫(କ୍ୟାସ ୯୯୫) ଟଙ୍କା ରହିଛି ।
ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୫,୦୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।