/odishatv-khabar/media/post_attachments/uploadimage/library/16_9/16_9_0/IMAGE_1658904243.jpg)
gold rate today
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୦ ହଜାର ୫୩୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍ର(ଜିଏଷ୍ଟି) ୧୦ ଗ୍ରାମ୍ ସୁନାର ମୂଲ୍ୟ ୫୦ ହଜାର ୪୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।
ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୩୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୬୦୦ ଟଙ୍କା, ୪୦, ୪୦୦ ଟଙ୍କା ଓ ୩୨, ୦୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍ର ମୂଲ୍ୟ ୪୦,୭୦୦ ଟଙ୍କାରେ ପହଞ୍ଚିଛି ।
କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫.୨୨୦ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୫୦(କ୍ୟାସ ୯୯୫) ଟଙ୍କା ରହିଛି ।
ସେହିପରି ଗତ ଶନିବାର ଅପେକ୍ଷା ଆଜି ରୂପା ଦର ଆଜି ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୪, ୬୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)