Advertisment

Gold Prices Hit All-Time High: ମହଙ୍ଗା ହେଲା ସୁନା; ୯୬ ହଜାର ପାର୍

ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୯୦ ଟଙ୍କା ବୃଦ୍ଧି ହୋଇଛି। ଏଥି ସହିତ ଦର ୯୬ ହଜାର ୧୭୦ ଟଙ୍କାରେ ପହଞ୍ଚିଛି। ସେହିପରି ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୯୫୦ ଟଙ୍କା ବଢ଼ି ୮୮ ହଜାର ୧୫୦ ଟଙ୍କା ହୋଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
gold price

gold price

ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର । ଗୋଲ୍ଡ କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆଜି ୯୬ ହଜାର ଟଙ୍କା ଟପି ଆଉ ଏକ ନୂଆ ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚଛି ସୁନା ଦର।

Advertisment

ଭୁବନେଶ୍ୱର ବଜାରରେ ଆଜି ଖାଣ୍ଟି ସୁନା ବା ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୯୯୦ ଟଙ୍କା ବୃଦ୍ଧି ହୋଇଛି। ଏଥି ସହିତ ଦର ୯୬ ହଜାର ୧୭୦ ଟଙ୍କାରେ ପହଞ୍ଚିଛି। ସେହିପରି ଗହଣା ତିଆରି ହେଉଥିବା ୨୨ କ୍ୟାରେଟ ସୁନା ଦାମ ୧୦ ଗ୍ରାମ ପିଛା ୯୫୦ ଟଙ୍କା ବଢ଼ି ୮୮ ହଜାର ୧୫୦ ଟଙ୍କା ହୋଇଛି।

ଗତ ଦୁଇ ଦିନ ହେଲା ୧୦ ଗ୍ରାମ ପିଛା ୫୦୦ ଟଙ୍କା ଖସିଥିଲା ସୁନାର ମୂଲ୍ୟ। ଆଜି ପୁଣି ବଢ଼ି ଥିବାରୁ ଲକ୍ଷେ ଟଙ୍କା ଛୁଇଁବା ଆଉ ବେଶି ଦୂର ନୁହେଁ ବୋଲି ବଜାର ବିଶେଷଜ୍ଞ ଆକଳନ କରିଛନ୍ତି।

Advertisment

କେମିତି ଜାଣିବେ ସୁନାର ଶୁଦ୍ଧତା ? ଜାଣନ୍ତୁ...

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ

ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା....ଜାଣନ୍ତୁ କିଛି ଟିପ୍ସ୍....

ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।

Gold Gold Price
Advertisment
Advertisment