Advertisment

Gold Price In Bhubaneswar: ପୁଣି କମିଲା ସୁନା-ରୂପା ଦର; ଜାଣନ୍ତୁ ଭୁବନେଶ୍ୱରରେ କେତେ କମିଲା...

ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୦ ଟଙ୍କା ହ୍ରାସ ପାଇଛି ।

undefined

Gold Rate

Advertisment

ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୦ ଟଙ୍କା କମିଛି । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ବ୍ରେକ୍ ପରେ ଏବେ ତଳମୁହାଁ ହୋଇଛି ଏହି ହଳଦିଆ ଧାତୁ ମୂଲ୍ୟ, ଯାହାକି ମଧ୍ୟବିତ୍ତଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଛି ।

Advertisment

ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୯,୭୩୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୧୦ ଟଙ୍କା ହ୍ରାସ ପାଇବା ସହ ୮୯,୭୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୧୦ ଟଙ୍କା ହ୍ରାସ ଘଟି ୮୨,୨୫୦ ଟଙ୍କାରୁ ୮୨,୨୪୦ ଟଙ୍କା ରହିଛି । ତେବେ ଗତ ୬ ଦିନରେ ୨୨ କ୍ୟାରେଟ୍‌ର ସୁନା ଦାମ କମିଲାଣି ୩,୩୬୦ ଟଙ୍କା । 

ଅଧିକ ପଢ଼ନ୍ତୁ: ସେୟାର ବଜାରରେ ଭୂକମ୍ପ, ୧୦ ସେକେଣ୍ଡରେ ଉଡ଼ିଗଲା ୧୯ ଲକ୍ଷ କୋଟି

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୨୨୪ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୫,୭୯୨ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮, ୯୭୨ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୧,୭୭୬ ଟଙ୍କା ରହିଛି । ତେବେ ଆଜି ରୂପା ଧାତୁ ମୂଲ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ରୂପା କେଜି ପିଛା ୧୦୦ ଟଙ୍କା କମି ୧,୦୨,୯୦୦ଟଙ୍କାରେ ପହଞ୍ଚିଛି ।

Advertisment

କେମିତି ଜାଣିବେ ସୁନାର ଶୁଦ୍ଧତା ?

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

ଅଧିକ ପଢ଼ନ୍ତୁ: ସେୟାର ମାର୍କେଟ୍ ରକ୍ତପାତ; ଚିନ୍ତାରେ ନିବେଶକ, କଣ କହୁଛନ୍ତି ବିଶେଷଜ୍ଞ ? ଜାଣନ୍ତୁ...

Advertisment
Bhubaneswar Gold Silver Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ