Advertisment

Gold Rate Today: ପୁଣି ଶସ୍ତା ହେଲା ସୁନା, ଆଜି ଏତିକି କମିଲା ଦର

ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦର । ଆଜି ପୁଣିଥରେ ଶସ୍ତା ହୋଇଛି ସୁନା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୮୦ ଟଙ୍କା ହ୍ରାସ ପାଇବା ସହ ୨୨ କ୍ୟାରେଟ୍ ଦର ମଧ୍ୟ କମିଛି ।

ଅଦ୍ୟତନ ହୋଇଛି
undefined

Gold rate slips

Advertisment

ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ପୁଣି ଶସ୍ତା ହେଲା ସୁନା । ଆଜି ବି କମିଲା ସୁନା ଦର । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୫୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୨୮୦ ଟଙ୍କା କମିଛି । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ବ୍ରେକ୍ ପରେ ଏବେ ତଳମୁହାଁ ହୋଇଛି ଏହି ହଳଦିଆ ଧାତୁ ମୂଲ୍ୟ, ଯାହାକି ମଧ୍ୟବିତ୍ତଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଛି ।

Advertisment

ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୦,୬୬୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୮୦ ଟଙ୍କା ହ୍ରାସ ପାଇବା ସହ ୯୦,୩୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୫୦ ଟଙ୍କା ହ୍ରାସ ଘଟି ୮୩,୧୦୦ ଟଙ୍କାରୁ ୮୨,୮୫୦ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ: ଏପ୍ରିଲ ୨୨ରେ ମିଳିବ ‘ସୁଭଦ୍ରା’ କିସ୍ତି: ପ୍ରଭାତୀ ପରିଡ଼ା

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୨୮୫ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୬,୨୮୦ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୦୩୮ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୨,୩୦୪ ଟଙ୍କା ରହିଛି । ତେବେ ଆଜି ରୂପା ଧାତୁ ମୂଲ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ରୂପା କେଜି ପିଛା ମୂଲ୍ୟ ୧,୦୩,୦୦୦ ଟଙ୍କା ରହିଛି ।

Advertisment

କେମିତି ଜାଣିବେ ସୁନାର ଶୁଦ୍ଧତା ?
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । 

Advertisment

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Gold Gold Prices Fall Gold Price In India Gold Rate Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ