gold rate
ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି ସୁନା ଦର । ସୁନା କିଣିବା ପୂର୍ବରୁ ୧୦୦ ଥର ଚିନ୍ତା କରିବାକୁ ପଡୁଛି । ତେବେ ଆଜି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ପୁଣି ଶସ୍ତା ହୋଇଛି ସୁନା । ଆଜି ବି କମିଛି ସୁନା ଦର ।
ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା୬୨୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୬୮୦ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮,୨୧୦ ଟଙ୍କା ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୮୦ ଟଙ୍କା ହ୍ରାସ ପାଇବା ସହ ୯୭,୫୩୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୨୦ ଟଙ୍କା ହ୍ରାସ ଘଟି୯୦,୦୨୨ ଟଙ୍କାରୁ ୮୯,୪୦୦ଟଙ୍କା ରହିଛି ।
ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮,୨୧୦ ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୮୦ ଟଙ୍କା ହ୍ରାସ ପାଇବା ସହ ୯୭,୫୩୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୨୦ ଟଙ୍କା ହ୍ରାସ ଘଟି୯୦,୦୨୨ ଟଙ୍କାରୁ ୮୯,୪୦୦ଟଙ୍କା ରହିଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ?
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/gold_rate_1745831154.jpg)