Advertisment

କମିଲା ସୁନା ଦର, କିଣିବା ପୂର୍ବରୁ ଯାଂଚ କରନ୍ତୁ ରେଟ୍...

କମିଛି ସୁନା-ରୂପା ଦର । ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ...

author-image
Otv Khabar Bureau
ଅଦ୍ୟତନ ହୋଇଛି
Gold, silver down: Check new rates in Bhubaneswar, Cuttack on June 21

Gold, silver down: Check new rates in Bhubaneswar, Cuttack on June 21

କମିଲା ସୁନା ଦର । ଗତ କାଲି ସୁନା ରେଟ୍ ବଢ଼ିଥିବାବେଳେ ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୫୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୭୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୬୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪,୮୦୦ ଟଙ୍କା, ୪୦, ୬୦୦ ଟଙ୍କା ଓ ୩୨, ୨୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୦, ୯୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୫୫ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୨୦ (କ୍ୟାସ ୯୯୫) ଟଙ୍କା ରହିଛି ।
ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୨୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୩, ୩୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
Advertisment
Advertisment