Advertisment

ଆହୁରି କମିଲା ସୁନା-ରୂପା ଦର, ଜାଣନ୍ତୁ ଆଜିର ରେଟ୍...

ଆଜି ବି ଶସ୍ତା ହେଲା ସୁନା ଦର । ଜାଣନ୍ତୁ କଣ ରହିଛି ନୂଆ ଦର ।

ଅଦ୍ୟତନ ହୋଇଛି
Gold, silver prices drop: Check revised prices

Gold, silver prices drop: Check revised prices

Advertisment

ଦେଶରେ ପ୍ରତିଦିନ ସୂନା ଦର ପରିବର୍ତ୍ତନ ଘଟିଥାଏ । ଗତକାଲି ଭଳି ଆଜି ବି ପୁଣି କମିଛି ସୁନା ଦର । ଫଳରେ ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୧୦୦ ଟଙ୍କାରେ କାରବାର ହେଉଛି । ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ପିଛା ୫୦ ହଜାର ୩୦୦ ଟଙ୍କା ରହିଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୨୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୫୦୦ ଟଙ୍କା, ୪୦, ୩୦୦ ଟଙ୍କା ଓ ୩୧, ୯୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୦, ୬୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୧୦ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୨୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୧୪୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨, ୪୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ