Gold, silver prices fall; check revised rates in Bhubaneswar and Cuttack here
ଗତ କିଛି ଦିନ ହେବ ସୁନା ଦର ଲଗାତାର ବଢ଼ିଚାଲିଥିବାବେଳେ ଆଜି ମୂଲ୍ୟ ସାମାନ୍ୟ ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୫୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍ର(ଜିଏଷ୍ଟି) ୧୦ ଗ୍ରାମ୍ ସୁନାର ମୂଲ୍ୟ ୫୦ ହଜାର ୬୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।
ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୬୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୮୦୦ ଟଙ୍କା, ୪୦, ୬୦୦ ଟଙ୍କା ଓ ୩୨, ୧୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍ର ମୂଲ୍ୟ ୪୦, ୮୦୦ ଟଙ୍କାରେ ପହଞ୍ଚିଛି ।
କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୪୦ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୧୦(କ୍ୟାସ ୯୯୫) ଟଙ୍କା ରହିଛି ।
ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୧୦୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୩, ୪୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1654849248.jpg)