ପୁଣି ଶସ୍ତା ହେଲା ସୁନା ଦର, ଜାଣନ୍ତୁ କେତେ...

ଆଜି ବି କମିଲା ସୁନା ଦର, ଜାଣନ୍ତୁ ମୂଲ୍ୟ...

Gold price falls Bhubaneswar, check rates of precious metals in other parts of Odisha

ଖସିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୪୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୪୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।


ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୪୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫,୫୦୦ ଟଙ୍କା, ୪୧,୨୦୦ ଟଙ୍କା ଓ ୩୨, ୭୦୦ ଟଙ୍କା ରହିଛି ।


କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୫୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୧୦(କ୍ୟାସ ୯୯୫) ଟଙ୍କା ରହିଛି ।


ସେହିପରି ଆଜି ରୂପା ଦର ମଧ୍ୟ ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୯,୩୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।