Advertisment

ବଢ଼ିଲା ସୁନା ଦର, କିଣିବା ପୂର୍ବରୁ ଯାଂଚ କରନ୍ତୁ ମୂଲ୍ୟ...

ଆଜି ବଢ଼ିଲା ସୁନା-ରୂପା ଦର...ଜାଣନ୍ତୁ କେତେ...

undefined

gold

Advertisment

ଆଜି ବି ବଢ଼ିଲା ସୁନା ଦର । ଭାରତର ଶେୟାର ମାର୍କେଟ୍‌ରେ ପ୍ରତିଦିନ ସୁନା-ରୂପା ଦରରେ ଲଗାତାର ପରିବର୍ତ୍ତନ ଘଟିଥାଏ । ସେହି ଅନୁଯାୟୀ ଆଜି ବି ଦର ସାମାନ୍ୟ ବୃଦ୍ଧି ପାଇଛି । ତେଣୁ ଏବେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୩ ହଜାର ୨୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୧ ହଜାର ୩୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦, ୩୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୫୦୦ ଟଙ୍କା, ୪୧, ୨୦୦ ଟଙ୍କା ଓ ୩୨, ୬୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୧,୩୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୩୧୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୦୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତ କାଲି ଅପେକ୍ଷା ଆଜି ରୂପା ଦରରେ ଆଜି ୩୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୯, ୬୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ