Advertisment

ପୁଣି ବଢ଼ିଲା ସୁନା ଦର; ଜାଣନ୍ତୁ ଆଜିର ରେଟ୍

ଆଜି ବି ବୃଦ୍ଧି ପାଇଛି ସୁନା ଦର, ଜାଣନ୍ତୁ ୧୦ ଗ୍ରାମ୍‌ ପିଛା କେତେ...

author-image
Otv Khabar Bureau
Gold, silver prices jump again; check latest rates in Bhubaneswar and Cuttack here

Gold, silver prices jump again; check latest rates in Bhubaneswar and Cuttack here

ପୁଣି ବଢ଼ିଲା ସୁନା ଦର । ଗତ ଶନିବାର ମଧ୍ୟ ସୁନା ରେଟ୍‌ରେ ସାମାନ୍ୟ ବୃଦ୍ଧି ପାଇଥିବାବେଳେ ଆଜି ବି ବଢ଼ିଛି ସୁନା ଦର । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୪୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୬୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୬୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪,୮୦୦ ଟଙ୍କା, ୪୦, ୬୦୦ ଟଙ୍କା ଓ ୩୨, ୧୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୦, ୮୦୦ ଟଙ୍କାରେ ପହଞ୍ଚିଛି ।
କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୪୫ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୧୦ (କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୩୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୨, ୬୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
Advertisment
Advertisment