Advertisment

ପୁଣି ବଢ଼ିଲା ସୁନା ଦର

ଆଜି ବି ବଢ଼ିଲା ସୁନା ଦର, ଜାଣନ୍ତୁ କେତେ...

ଅଦ୍ୟତନ ହୋଇଛି
Gold Price

Gold Price

Advertisment

ବଢ଼ିଲା ସୁନାଦର । ଗତକାଲି ଭଳି ଆଜି ବି ସୁନା ଦର ବୃଦ୍ଧି ପାଇଛି । ଫଳରେ ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୩୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୫୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୫୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୬୦୦ ଟଙ୍କା, ୪୦, ୪୦୦ ଟଙ୍କା ଓ ୩୨, ୦୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୦, ୭୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୦୦ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୮୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୧୨୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୩, ୫୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Silver Price Gold Price Today
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ