Advertisment

କମିଲା ସୁନା ଦର, ଜାଣନ୍ତୁ କେତେ...

ଶସ୍ତା ହେଲା ସୁନ-ରୂପା ଦର..

Gold, silver rates fall: Check prices of precious metals in Cuttack, Bhubaneswar

Gold, silver rates fall: Check prices of precious metals in Cuttack, Bhubaneswar

Advertisment

ଖସିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦରରେ ସାମାନ୍ୟ ହ୍ରାସ ଘଟିଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧ ହଜାର ୯୫୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୧୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୧୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୪୦୦ ଟଙ୍କା, ୪୦, ୨୦୦ ଟଙ୍କା ଓ ୩୧, ୯୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୫୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୮୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ଦରରେ ଆଜି ୪୦୦ ଟଙ୍କା ହ୍ରାସ ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭,୫୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Advertisment
Gold Price Today Silver Price Gold Price
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ