Advertisment

ଜାଣନ୍ତୁ ଆଜିର ସୁନା-ରୂପା ଦର....

ବଢ଼ିଲା ରୂପା ଦର, ହେଲେ କେତେ ?

author-image
Otv Khabar Bureau
ଅଦ୍ୟତନ ହୋଇଛି
Gold, silver rates hiked in Odisha: Check latest rates of precious metals in twin cities

Gold, silver rates hiked in Odisha: Check latest rates of precious metals in twin cities

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଯାହା ପରେ ଆଜି୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧ ହଜାର ୯୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୧୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।

Advertisment

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୦୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪, ୩୦୦ ଟଙ୍କା, ୪୦, ୧୦୦ ଟଙ୍କା ଓ ୩୧, ୮୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୪୦,୪୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୮୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୬୦(କ୍ୟାସ ୯୯୫) ଟଙ୍କା ରହିଛି ।

Advertisment

ସେହିପରି ଗତକାଲି ଅପେକ୍ଷା ଆଜି ରୂପା ଦରରେ ଆଜି ୮୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୭,୬୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।

Gold Price Silver Price Gold Price Today
Advertisment
Advertisment