gold
ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି । ଦୁଇ ଦିନ ଧରି ସ୍ଥିର ରହିବା ପରେ ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୦ ହଜାର ୪୦୦ ଟଙ୍କା ଥିବାବେଳେ ଆଜି ୧୦୦ ଟଙ୍କା ହ୍ରାସ ପାଇ ୫୦ହଜାର ୩୦୦ ଟଙ୍କା ହୋଇଛି ।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୩୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୮୦୦ ଟଙ୍କା, ୪୧,୪୦୦ ଟଙ୍କା ଓ ୩୨, ୫୦୦ ଟଙ୍କା ରହିଛି । ସୁନା କଏନ୍ର ମୂଲ୍ୟ ୪୧,୮୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୪,୮୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)