• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ ଓ ଓଡ଼ିଆ ନବ ବର୍ଷରେ ପୁଣି ଶସ୍ତା ହେଲା ସୁନା । ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୫୦ ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୬୦ ଟଙ୍କା କମିଛି । ଲଗାତାର ଉପରମୁହାଁ ହେଉଥିବା ସୁନା ଦରରେ ବ୍ରେକ୍ ପରେ ଏବେ ତଳମୁହାଁ ହୋଇଛି ଏହି ହଳଦିଆ ଧାତୁ ମୂଲ୍ୟ, ଯାହାକି ମଧ୍ୟବିତ୍ତଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଛି ।

ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୫,୬୭୦ ରହିଥିଲା । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୧୬୦ ଟଙ୍କା ହ୍ରାସ ପାଇବା ସହ ୯୫,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୧୫୦ ଟଙ୍କା ହ୍ରାସ ଘଟି ୮୭,୭୦୦ ଟଙ୍କାରୁ ୮୭,୫୫୦ ଟଙ୍କା ରହିଛି । 

ଅଧିକ ପଢ଼ନ୍ତୁ: ଲକ୍ଷେ ମୁହାଁ ସୁନା, ୩ ଦିନରେ ୫ ହଜାର ମହଙ୍ଗା

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୮,୭୫୫ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୦,୦୪୦ ଟଙ୍କା ରହିଛି । ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୯,୫୫୧ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୭୬,୬୦୮ ଟଙ୍କା ରହିଛି । ତେବେ ଆଜି ରୂପା ଧାତୁ ମୂଲ୍ୟ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ରୂପା କେଜି ପିଛା ୧୦୦ ଟଙ୍କା କମି ୧,୦୯,୯୦୦ ଟଙ୍କାରେ ପହଞ୍ଚିଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ?

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।