• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

୨୦୨୩ ଫେବ୍ରୁଆରି ସୁଦ୍ଧା ଓଡ଼ିଶାର ଆଉ ପାଞ୍ଚଟି ସହରରେ ଜିଓ ଟ୍ରୁ-5Gର ଶୁଭାରମ୍ଭ କରାଯିବ। ଜିଓ ୱେଲ୍‌କମ୍ ଅଫର ବ୍ୟବହାରକାରୀମାନେ ବିନା କୌଣସି ଅତିରିକ୍ତ ମୂଲ୍ୟରେ ଅସୀମିତ 5G ଡାଟା ସହ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍ ପାଇପାରିବେ। କେନ୍ଦ୍ର ଯୋଗାଯୋଗ, ରେଳ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ  ଓ଼ଡିଶା ରେ ଜିଓ ଟ୍ରୁ-5G ସେବାର ଶୁଭାରମ୍ଭ କରିଛନ୍ତି ଏବଂ ଏହି ଅବସରରେ ଜିଓ ଟ୍ରୁ-5Gର ପ୍ରତିଶ୍ରୁତିପୂର୍ଣ୍ଣ ବ୍ୟବହାରର ଅନୁଭୂତି ମଧ୍ୟ ହାସଲ କରିଛନ୍ତି। ଭୁବନେଶ୍ୱର ଏବଂ କଟକ ଜିଓ ଟ୍ରୁ-5G ସେବା ହାସଲ କରିବାରେ ଓଡ଼ିଶାର ପ୍ରଥମ ସହର ହୋଇଛନ୍ତି।

ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାରେ 5G ସେବାର ଉଦ୍‌ଘାଟନ କରାଯାଇଥିବା ବେଳେ ଜିଓ ପକ୍ଷରୁ ଏକ ସ୍ୱତନ୍ତ୍ର ଟ୍ରୁ-5G ଏକ୍ସପେରିଏନ୍ସ ଜୋନ୍ ସ୍ଥାପନ କରାଯାଇଛି। ଯେଉଁଠାରେ ଜିଓ କମ୍ୟୁନିଟି କ୍ଲିନିକ୍ ମେଡିକାଲ୍ କିଟ୍ ଜରିଆରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ୫ଜି ର ଉପଯୋଗିତା ପ୍ରଦର୍ଶନ ସହିତ ଶିକ୍ଷା, କ୍ଲାଉଡ୍ ଗେମିଂ, ସ୍ମାର୍ଟ ଅଫିସ୍‌, ସ୍ମାର୍ଟ ସିଟି, ସ୍ମାର୍ଟ ମିଟରିଂ ଓ ଲାଇଟିଙ୍ଗ୍ ଏବଂ ବୈପ୍ଳବିକ ଏଆର-ଭିଆର ଡିଭାଇସ୍ ଜିଓ ଗ୍ଲାସ୍ ମାଧ୍ୟମରେ 5Gର ଚମତ୍କାର ପ୍ରୟୋଗ ଓ ସୁବିଧାଗୁଡ଼ିକୁ ପ୍ରଦର୍ଶନ କରାଯାଇଛି । ଏହି ସୁବିଧାଗୁଡ଼ିକ ଓଡ଼ିଶାର ଲୋକମାନଙ୍କ ଜୀବନରେ ଉଲ୍ଲେଖନୀୟ ପରିବର୍ତ୍ତନ ଆଣିବ । ଏହି ଅବସରରେ 5G ଲ୍ୟାବ୍ ଏବଂ 5Gର ବ୍ୟବହାର ସହଯୋଗିତାକୁ ନେଇ ରିଲାଏନ୍ସ ଜିଓ ଏବଂ ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ୱାକ୍ଷରିତ ହୋଇଛି । 

ଅଧିକ ପଢ଼ନ୍ତୁ: ଓଡ଼ିଶାରେ 5G ଯୁଗର ଶୁଭାରମ୍ଭ: ୧୦ ସେକେଣ୍ଡରେ ପୂରା ଫିଲ୍ମ ହେବ ଡାଉନଲୋଡ୍

ବହୁସଂଖ୍ୟକ ଛାତ୍ରଛାତ୍ରୀ ରହିଥିବା ତଥା ପୂର୍ବ ଭାରତର ଆଇଟି ଓ ଶିକ୍ଷା ହବ୍ ଭାବେ ପରିଚିତ ଭୁବନେଶ୍ୱରରେ ଜିଓ ଟ୍ରୁ-୫ଜି ଉଭୟ ନାଗରିକ ଏବଂ ସହର ପରିଦର୍ଶନକାରୀମାନଙ୍କୁ ବ୍ୟାପକ ସୁଯୋଗ ଓ ସମୃଦ୍ଧ ଅନୁଭୂତି ପ୍ରଦାନ କରିବ ଓ ବାସ୍ତବରେ ଯୁଗାନ୍ତକାରୀ ସାବ୍ୟସ୍ତ ହେବ । ଜିଓର ଟ୍ରୁ-୫ଜି ଡାଟା ଭୁବନେଶ୍ୱରରେ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ଶୁଭାରମ୍ଭ କରାଯାଇଛି ଯେତେବେଳେ ଭାରତର ଏହି ଦ୍ରୁତ ଉଦୀୟମାନ କ୍ରୀଡ଼ା ରାଜଧାନୀ ଆସନ୍ତା କିଛି ଦିନ ମଧ୍ୟରେ ଏଫ୍‌ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ଆୟୋଜନ ଲାଗି ପ୍ରସ୍ତୁତ ହେଉଛି । ସେହିପରି, ୧୦୦୦ ବର୍ଷ ପୁରୁଣା ଐତିହାସିକ କଟକ ସହରର ଜନସାଧାରଣ ଏବେ ପରବର୍ତୀ ପିଢ଼ିର ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଡାଟା ହାସଲ କରିପାରିବେ । 

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଦ୍ୱେତ ସହର ଭୁବନେଶ୍ୱର ଓ କଟକ ସହ ଓଡ଼ିଶାରେ ଜିଓ ଟ୍ରୁ-5G ସେବାର ଶୁଭାରମ୍ଭ କରି ଆମେ ବେଶ୍ ଆନନ୍ଦିତ । ଓଡଶାରେ ଟ୍ରୁ-5G ସେବା ଆରମ୍ଭ କରିବା ଆମ ପାଇଁ ଗର୍ବର ବିଷୟ ଏବଂ ଖୁବ୍‌ଶୀଘ୍ର ଓଡ଼ିଶାର କୋଣ ଅନୁକୋଣକୁ ଦ୍ରୁତ ଗତିରେ ଟ୍ରୁ-5G ନେଟ୍‌ୱର୍କର ସମ୍ପ୍ରସାରଣ କରାଯିବ । ଜିଓ ପକ୍ଷରୁ ୨୦୨୩ ଫେବ୍ରୁଆରି ସୁଦ୍ଧା ଓଡ଼ିଶାର ରାଉରକେଲା, ବ୍ରହ୍ମପୁର, ପୁରୀ, ସମ୍ବଲପୁର ଓ ବାଲେଶ୍ୱର ସହରରେ ଟ୍ରୁ-5G ସେବାର ଶୁଭାରମ୍ଭ କରାଯିବା ସହିତ ୨୦୨୩ ଡିସେମ୍ବର ସୁଦ୍ଧା ଓଡ଼ିଶାର ପ୍ରତି ତହସିଲ ଓ ତାଲୁକା ପର୍ଯ୍ୟନ୍ତ ଜିଓ ଟ୍ରୁ-5G ସେବାକୁ ସମ୍ପ୍ରସାରିତ କରିବା ଯୋଜନା ରହିଛି ।’’

୨୦୨୩ ଜାନୁଆରି ୫ ତାରିଖରୁ ଜିଓ ୱେଲକମ୍ ଅଫରରେ ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାର ଅନୁଭୂତି ହାସଲ କରିବା ଲାଗି ଭୁବନେଶ୍ୱର ଓ କଟକର ଜିଓ ଗ୍ରାହକମାନଙ୍କୁ ଆମନ୍ତ୍ରଣ କରାଯିବ।

ଜିଓ ଟ୍ରୁ-5Gର ତିନି-ସୂତ୍ରୀ ଲାଭ ରହିଛି ଯାହା ଏହାକୁ ଭାରତର ଏକମାତ୍ର ଟ୍ରୁ-5G ନେଟ୍‌ୱର୍କରେ ପରିଣତ କରିଛି:

୧. ଉନ୍ନତ 5G ନେଟ୍‌ୱର୍କ ସହ 4G ନେଟ୍‌ୱର୍କ ଉପରେ ଶୂନ ନିର୍ଭରଶୀଳତା ସହ ଷ୍ଟାଣ୍ଡ୍‌-ଏଲୋନ୍ 5G ନେଟ୍‌ୱର୍କ

୨. ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ ଓ ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ରେ ୫ଜି ସ୍ପେକ୍ଟ୍ରମ୍‌ର ସର୍ବବୃହତ ଓ ଶ୍ରେଷ୍ଠ ମିଶ୍ରଣ

୩. କ୍ୟାରିୟର ଏଗ୍ରିଗେସନ ଭଳି ଉନ୍ନତ ପ୍ରଯୁକ୍ତିକୁ ବ୍ୟବହାର କରି ନିରବଚ୍ଛିନ୍ନ ଭାବେ ୫ଜି ଫ୍ରିକ୍ୟୁଏନ୍‌ସିକୁ ଏହା ଏକ ଏକକ ଦୃଢ଼ ‘ଡାଟା ହାଇୱେ’ ରେ ପରିଣତ କରୁଛି