• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଦୀପାବଳି ପରୁ ଠାରୁ ସୁନା ମୂଲ୍ୟରେ ସାମାନ୍ୟ ପରିବର୍ତ୍ତନ ଘଟିଛି । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ହ୍ରାସ ଘଟିଛି । ଏହି କ୍ରମରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦,୪୦୦ ଟଙ୍କା ରହିଛି ।

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୮୩୦୦ ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୩ ହଜାର ୯୦୦ ଟଙ୍କା, ୩୯, ୮୦୦ ଟଙ୍କା ଓ ୩୧, ୨୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୦,୦୦୦ ଟଙ୍କାରେ ପହଞ୍ଚିଛି ।

କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୨୦ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୭୦ (କ୍ୟାସ ୯୯୫) ଟଙ୍କା ରହିଛି ।

ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୦,୦୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।