/odishatv-khabar/media/post_attachments/uploadimage/library/16_9/16_9_0/IMAGE_1738392624.jpg)
୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼
ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍-୨୦୨୫-୨୬ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ୍ରେ ଇନ୍କମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୧୨ ଲକ୍ଷ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । କ୍ୟାପିଟାଲ ଗେନ୍ ଛଡ଼ା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ । କ୍ୟାପିଟାଲ ଗେନ୍ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିବ ।
ସେହିପରି ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ । ୧୬ ଲକ୍ଷରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ %, ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ % ଟିକସ ଦେବାକୁ ପଡ଼ିବ । ଅନ୍ୟପକ୍ଷରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ । ସେହିପରି ୧୮ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୭୦ ହଜାର ଓ ୨୫ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୧.୨୫ ଲକ୍ଷ ଟଙ୍କା ବଞ୍ଚିବ ।
#୧୨_ଲକ୍ଷ_ପର୍ଯ୍ୟନ୍ତ_ଆୟକର_ଛାଡ଼
ବଜେଟରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ । ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା...#BudgetUpdate#Budget2025#NirmalaSitharaman#UnionBudget2025#Parliament#Sansad#OTV#ବଜେଟ୍୨୦୨୫#OTVpic.twitter.com/c92L4uEsaJ— ଓଟିଭି (@otvkhabar) February 1, 2025
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)