Union Budget 2025: ମଧ୍ୟବିତ୍ତଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

ବଜେଟ୍‌ରେ ଇନ୍‌କମ୍‌ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୧୨ ଲକ୍ଷ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।

୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୫-୨୬ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ଇନ୍‌କମ୍‌ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୧୨ ଲକ୍ଷ ପର୍ଯ୍ୟନ୍ତ ଟ୍ୟାକ୍ସ ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । କ୍ୟାପିଟାଲ ଗେନ୍‌ ଛଡ଼ା ଅନ୍ୟ ଆୟ ୧୨ ଲକ୍ଷ ପର୍ଯ୍ୟନ୍ତ ଟିକସ ଛାଡ଼ ଘୋଷଣା କରିଛନ୍ତି ନିର୍ମଳା ସୀତାରମଣ । କ୍ୟାପିଟାଲ ଗେନ୍‌ ଥିଲେ ୮ରୁ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ୧୦ ପ୍ରତିଶତ ରହିବ ।

ସେହିପରି ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୧୫% ଟିକସ । ୧୬ ଲକ୍ଷରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୦ %, ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ ପାଇଁ ୨୫%, ୨୪ ଲକ୍ଷରୁ ଅଧିକ ଆୟ ପାଇଁ ଟିକସ ୩୦ % ଟିକସ ଦେବାକୁ ପଡ଼ିବ । ଅନ୍ୟପକ୍ଷରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୮୦ ହଜାର ଟଙ୍କା ବଞ୍ଚିବ । ସେହିପରି ୧୮ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୭୦ ହଜାର ଓ ୨୫ ଲକ୍ଷ ପର୍ଯ୍ୟନ୍ତ ଆୟ ଥିଲେ ବାର୍ଷିକ ୧.୨୫ ଲକ୍ଷ ଟଙ୍କା ବଞ୍ଚିବ ।