Advertisment

Budget session: ୧୩ରୁ ବିଧାନସଭା ବଜେଟ ଅଧିବେଶନ; ୧୭ରେ ବଜେଟ୍‌

୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ । ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ ।

ଅଦ୍ୟତନ ହୋଇଛି
Odisha Assembly

Odisha Assembly

Advertisment

ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ। ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଆଉ ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ୨୮ଦିନ ଚାଲିବ।

Advertisment

ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ।

ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ୧୬ତାରିଖ ରବିବାର ଛୁଟି ଥିବାବେଳେ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ। 

Advertisment

୧୮ରେ ସରକାରୀ କାର୍ଯ୍ୟଦିବସ ଥିବାବେଳେ ୧୯ରେ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ଏବଂ ୨୦ ଓ ୨୧ରେ ବଜେଟ୍ ଉପରେ ସାଧାରଣ ଆଲୋଚନା ଆରମ୍ଭ ହେବ। ୨୨ରୁ ମାର୍ଚ୍ଚ ୬ତାରିଖ ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ବନ୍ଦ ରହିବ। 

ଦ୍ୱିତୀୟ ପର୍ଯ୍ୟାୟରେ ଗୃହ କାର୍ଯ୍ୟ ମାର୍ଚ୍ଚ ୭ତାରିଖରୁ ଆରମ୍ଭ ହେବ। ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟମାନ ଗୃହରେ ଆଗତ ହେବ।  ତା’ପରେ ମାର୍ଚ୍ଚ ୧୦ରୁ ବିଭାଗୱାରି ଅନୁଦାନ ଦାବି ଉପରେ ଆଲୋଚନା ଓ ମାର୍ଚ୍ଚ ୨୯ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆସିବ ବୋଲି ବିଜ୍ଞପ୍ତିରୁ ଜଣାପଡ଼ିଛି।

Advertisment

ଅଧିକ ପଢ଼ନ୍ତୁ: ନବ ହତ୍ୟା ମାମଲା: ସାଲୁଜାଙ୍କ ବିସ୍ଫୋରକ ଖୁଲାସା, ହତ୍ୟା ପୂର୍ବରୁ ଚେତାଇ ଦେଇଥିଲେ ତତ୍କାଳୀନ ଜିଲ୍ଲାପାଳ ଓ SP

Odisha Assembly Budget Session
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ