BSKY ଜାଗାରେ GJAY ! ମାଗଣା ଚକ୍ଷୁ ଚିକିତ୍ସା ପାଇଁ ଦିବ୍ୟଦୃଷ୍ଟି ଯୋଜନା...

ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।

BSKY

BSKY ଜାଗାରେ ଗୋପବନ୍ଧୁ ଯୋଜନା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଜାଗାରେ ନୂଆ ଯୋଜନା ଆରମ୍ଭ କରିବାକୁ ବଜେଟ ଉପସ୍ଥାପନା ବେଳେ କହିଛନ୍ତି ମୁଖ୍ୟମନ୍ତ୍ରୀ । ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଆରମ୍ଭ କଲେ ସରକାର । ରାଜ୍ୟର ନିଜସ୍ୱ ସ୍ୱାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍‌ଲେସ୍‌ ସେବା ଉପଲବ୍ଧ ହେବ । ସେପଟେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ମଧ୍ୟ ଲାଗୁ ହେବ ଏବଂ ମାଗଣାରେ ଚକ୍ଷୁ ଚିକିତ୍ସା ଯୋଗାଇବାକୁ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା ଆରମ୍ଭ ହେବ ।

ପଢନ୍ତୁ ଏହି ଖବର: ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’; ଖର୍ଚ୍ଚ ହେବ ୮୩ କୋଟି...

ସେହିପରି ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି । ଆରବର୍ଷ ଫୁଲବାଣୀ ଓ ୨୬-୨୭ରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ମଧ୍ୟ ଲକ୍ଷ୍ୟ କରାଯାଇଛି ।

ସେପଟେ ମୋ ସ୍କୁଲ ନାଁକୁ ବଦଳାଇଛନ୍ତି ସରକାର । ‘ମୋ ସ୍କୁଲ’ ନାଁ ଏବେ ‘ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ’ । ଏଥିପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ କରାଯାଇଛି । ସେହିଭଳି ସ୍କୁଲରେ ଡ୍ରପ୍‌ ଆଉଟ ରୋକିବାକୁ ମଧ୍ୟ ନୂଆ ଯୋଜନା କରାଯାଇଛି । ଯାହାର ନାଁ ରଖାଯାଇଛି ‘ମାଧୋ ସିଂହ ହାତ ଖର୍ଚ୍ଚ’ । ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ST ପିଲାଙ୍କୁ ଏହି ଯୋଜନା ମାଧ୍ୟମରେ ମିଳିବ ଟଙ୍କା । ଏହି ଯୋଜନାରେ ଜନଜାତି ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ ହଜାର ଟଙ୍କା ।

ଅନ୍ୟପଟେ ଓଡ଼ିଶାରେ ଚାଷୀମାନଙ୍କ ପାଇଁ ଆସିଲା ନୂଆ ଯୋଜନା ସିଏମ୍‌ କିଷାନ । ଏହି ଯୋଜନା ପାଇଁ ବଜେଟ୍‌ରେ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି । ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ମଧ୍ୟ ଘୋଷଣା କରାଯାଇଛି । ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ ହୋଇଛି । ସେହିପରି ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ବ୍ୟୟବରାଦ କରାଯାଇଛି।

ପଢନ୍ତୁ ଏହି ଖବର: ଖୁସି ଖବର: ସାମାଜିକ ସୁରକ୍ଷା ଭତ୍ତା ହେଲା ୩୫ ଶହ ଟଙ୍କା...

ସେପଟେ କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଜେଟ ଆକାର ବଢ଼ିଲା । ଗତବର୍ଷ କୃଷି ବଜେଟ ଥିଲା ୨୪, ୮୨୯ କୋଟି । ଚଳିତ ବର୍ଷ କୃଷି ବଜେଟ ପରିମାଣ ୩୩, ୯୧୯ କୋଟି କରିଛନ୍ତି ମୋହନ ସରକାର । ସେପଟେ ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ କିଣାଯିବ । ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି। ଧାର୍ଯ୍ୟ MSPଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ସୁଭଦ୍ରା ଯୋଜନା ପାଇଁ ମଧ୍ୟ ବଜେଟରେ ୧୦ ହଜାର କୋଟିର ବ୍ୟୟବରାଦ କରାଯାଇଛି । ସୂଚନାଯୋଗ୍ୟ, ନିର୍ବାଚନ ଇସ୍ତାହାରରେ ସୁଭଦ୍ରା ଯୋଜନା ବାବଦରେ ଘୋଷଣା ହୋଇଥିଲା ।

ଆଜି ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ ପୂର୍ବରୁ ଅନେକ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ହୋଇଥିବାରୁ ସାରା ରାଜ୍ୟର ନଜର ଏହି ବଜେଟ୍ ଉପରେ ରହିଥିଲା ।

ପ୍ରଥମ ବଜେଟ୍‌ରେ ଶ୍ରୀମନ୍ଦିର ପାଇଁ ୫୦୦ କୋଟିର କର୍ପସ ଫଣ୍ଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ମହାପ୍ରଭୁ ଜଗନ୍ନାଥଙ୍କ ବିନା ଓଡ଼ିଆ ଜାତିର ପରିକଳ୍ପନା କରାଯାଇପାରିବ ନାହିଁ । ଗତ ସରକାର ୨ ଲକ୍ଷ ୫୫ ହଜାର ଟଙ୍କାର ବଜେଟ୍‌ କରିଥିବା ବେଳେ ଏଥର ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ କରିଛନ୍ତି । ୨୦୨୩-୨୪ ତୁଳନାରେ ଏହି ବଜେଟର ପରିମାଣ ୧୫% ଅଧିକ ।

ଅନ୍ୟପଟେ ଓଡ଼ିଶାରେ ଆସିବ ରାଜ୍ୟ ସମବାୟ ନୀତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ କରାଯିବ । ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ଶହ କୋଟି ଖର୍ଚ୍ଚ ହେବ । ସେହିଭଳି ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି । ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।

ପଢନ୍ତୁ ଏହି ଖବର: ୨ ଲକ୍ଷ ୬୫ ହଜାର କୋଟିର ବଜେଟ ! CM କିଶାନ ପାଇଁ ଖର୍ଚ୍ଚ ହେବ ୧୯୩୫ କୋଟି

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’। ଏହାଦ୍ୱାରା ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ପ୍ରୟାସ କରାଯିବ । ଏଥିପାଇଁ ବଜେଟରେ ୮୩ କୋଟିର ପ୍ରାବଧାନ ରହିଛି । ସେହିଭଳି ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ । ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା । 

ଭୁବନେଶ୍ୱରରେ ନୂଆ ଷ୍ଟାଡିୟମ ନିର୍ମାଣ ପାଇଁ ବଜେଟରେ ଘୋଷଣା କରାଯାଇଛି । ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ବ୍ୟୟବରାଦ କରାଯାଇଛି । ସେପଟେ ନିମ୍ନ ଆୟକାରୀ ପରିବାରକୁ ଘର ଯୋଗାଇବାକୁ ଅନ୍ତ୍ୟୋଦୟ ଗୃହ ଯୋଜନା । ପିଏମ୍‌ ଆବାସ ପାଉନଥିବା ହିତାଧିକାରୀ ପାଇବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଘର । ସେହିଭଳି ଗ୍ରାମାଞ୍ଚଳରେ ସହାରାଞ୍ଚଳ ସୁବିଧା ଯୋଗାଇବାକୁ ମଧ୍ୟ ନୂଆ ଯୋଜନା କରାଯାଇଛି । ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ କରାଯିବ । ବିକଶିତ ଗାଁ ବିକଶିତ ଓଡ଼ିଶା ପାଇଁ ବଜେଟରେ ୧ ହଜାର କୋଟି ବ୍ୟୟବରାଦ ହୋଇଛି ।

ସେପଟେ ୨୦୨୭ ସୁଦ୍ଧା ଭୁବନେଶ୍ୱର ତ୍ରିଶୁଳିଆ ମେଟ୍ରୋ ରେଳ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୁଳିଆ ଯାଏ ଚାଲିବ । ଏହି ପ୍ରକଳ୍ପ ପାଇଁ ୬୨୫୬ କୋଟିର ବ୍ୟୟବରାଦ କରାଯାଇଛି । ମେଟ୍ରୋ ପ୍ରକଳ୍ପ ପାଇଁ ଚଳିତ ବଜେଟରେ ୧ ହଜାର କୋଟି ଅନୁଦାନ ରହିଛି । ତେବେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ପାଇଁ ମଧ୍ୟ ସହାୟତା ଘୋଷଣା କରାଯାଇଛି । ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ଦେବ ୩୦ ହଜାର ଟଙ୍କାର ରିହାତି । ୨ କିଲୋୱାଟ ପାଇଁ ୬୦ ହଜାର, ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ଦେବେ ସରକାର । ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟର ସୌରଶକ୍ତି ପ୍ରୋତ୍ସାହନ ଯୋଜନା କରାଯାଇଛି ।

ଅନ୍ୟପଟେ ମେକ୍‌ ଇନ୍‌ ଓଡ଼ିଶା ନାଁ ବଦଳାଇ ଉତ୍କର୍ଷ ଉତ୍କଳ କରାଯାଇଛି । ଉତ୍କର୍ଷ ଉତ୍କଳ ସମ୍ମିଳନୀ ମାଧ୍ୟମରେ ପୁଞ୍ଜି ଯୋଗାଡ଼ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୯ ସୁଦ୍ଧା ରାଜ୍ୟକୁ ଅଢ଼େଇ ଲକ୍ଷ କୋଟି ଘରୋଇ ପୁଞ୍ଜି ଆଣିବା ପାଇଁ ଯୋଜନା କରାଯାଇଛି । ଏଥିରେ ୨ ବିଲିୟନ ଡଲାରରୁ ଅଧିକ ବିଦେଶୀ ପୁଞ୍ଜି ନିବେଶ ପାଇଁ ବି ଲକ୍ଷ୍ୟ ରଖାଯାଇଛି ।