• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଓଡ଼ିଶାକୁ ରେଳ ବଜେଟରେ ମିଳିଛି ୧୦ ହଜାର ୫୩୬ କୋଟି ଟଙ୍କାର ଅନୁଦାନ । ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି । ବିଗତ ୩ ବର୍ଷ ହେଲାଣି ବାର୍ଷିକ ହାରାହାରି ୧୦ ହଜାର କୋଟି ଅନୁଦାନ ଆସିଛି ।

ନୂଆ ପ୍ରକଳ୍ପ ପାଇଁ ନିବେଶ ହେବ ପ୍ରାୟ ୫୨ ହଜାର କୋଟି ଟଙ୍କା । ଓଡ଼ିଶାରେ ୧୦୦ ପ୍ରତିଶତ ବିଦ୍ୟୁତକରଣ ହୋଇଥିବା ରେଳମନ୍ତ୍ରୀ କହିଛନ୍ତି । ରାଜ୍ୟରେ ବାର୍ଷିକ ୪୭୩ କିଲୋମିଟର ରେଳ ଲାଇନ ହେଉଛି । ତେବେ ରାଜ୍ୟ ସରକାର ଜମି ଅଧିଗ୍ରହଣ ତ୍ୱରାନ୍ୱିତ କଲେ କାମ ଶୀଘ୍ର ହୁଅନ୍ତା ବୋଲି କହିଛନ୍ତି ରେଳମନ୍ତ୍ରୀ ।

ଅନ୍ୟପଟେ କେନ୍ଦ୍ର ବଜେଟ୍‌ରେ ଜିଡିପି ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । ଭାରତକୁ ବିକାଶର ଉତ୍ତୁଙ୍ଗ ଶିଖରକୁ ନେବା ଆମର ମୂଳ ଲକ୍ଷ୍ୟ । ରିଫର୍ମ, ପର୍‌ଫର୍ମ ଓ ଟ୍ରାନ୍ସଫର୍ମକୁ ଆମ ସରକାର ଗୁରୁତ୍ୱ ଦେଇଛି । ଭାରତର ବିକାଶରେ ପୂର୍ବାଞ୍ଚଳ ରାଜ୍ୟକୁ ଡ୍ରାଇଭିଂ ସିଟ୍‌କୁ ନିଆଯାଉଛି । ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି ।

ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି । ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି । ୭ଟି ଆଇଆଇଟି, ୧୬ଟି ଟ୍ରିପଲ ଆଇଟି, ୭ଟି ଆଇଆଇଏମ୍‌ ପ୍ରତିଷ୍ଠା ହୋଇଛି। ୧୩ଟି ଏମ୍‌ସ ଓ ୩୯୦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ।

ଟିକସ ବ୍ୟବସ୍ଥାରେ କୌଣସି ପରିବର୍ତ୍ତନ କରାଯିବ ନାହିଁ ବୋଲି ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି । ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ ସହଜ ଏବଂ ସରଳ କରାଯିବା ସହ ବିକଶିତ ଭାରତ ନେଇ ଜୁଲାଇ ବଜେଟରେ ବ୍ୟାପକ ଘୋଷଣା ହେବ । ସେହିପରି ବିତ୍ତୀୟ ନିଅଣ୍ଟକୁ ୪.୫%କୁ ହ୍ରାସ କରାଯିବାକୁ ଲକ୍ଷ୍ୟ ରଖାଯାଇଛି ।

ଡିବିଟି ଜରିଆରେ ୩୪ ଲକ୍ଷ କୋଟି ପ୍ରଦାନ କରାଯାଇଛି । ଜନଧନ ଆକାଉଣ୍ଟ ଜରିଆରେ ହିତାଧିକାରୀଙ୍କୁ ସିଧା ସହାୟତା ମିଳୁଛି । ପିଏମ୍ କୃଷକ ସମ୍ମାନ ନିଧି ଯୋଜନାରେ ୧୧.୮ କୋଟି ଚାଷୀଙ୍କୁ ଲାଭ ମିଳୁଥିବା ବେଳେ ଜାତୀୟ ଶିକ୍ଷା ନୀତି ଜରିଆରେ ଶିକ୍ଷାକୁ ଅଧିକ ଉପାଦେୟ କରାଯାଇଛି ।