• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ବଢ଼ିଲା ସୁନା ଦର । ଗତ ଶନିବାର ଦିନ ସୁନା ରେଟ୍ କମିଥିବାବେଳେ ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଭାରତୀୟ ବଜାରରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨ ହଜାର ୬୦୦ ଟଙ୍କାରେ କାରବାର ହେଉଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ର(ଜିଏଷ୍ଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୫୦ ହଜାର ୮୦୦ ଟଙ୍କା ମୂଲ୍ୟରେ କାରବାର ହେଉଛି ।
ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୯, ୭୦୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୪,୯୦୦ ଟଙ୍କା, ୪୦, ୭୦୦ ଟଙ୍କା ଓ ୩୨, ୩୦୦ ଟଙ୍କା ରହିଛି । ଏହାସହ ସୁନା କଏନ୍‌ର ମୂଲ୍ୟ ୪୧, ୯୦୦ ଟଙ୍କାରେ ପହଞ୍ଚିଛି ।

କଟରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୨୫୫ (ଜିଏସଟି ୯୯୫) ଟଙ୍କା ହୋଇଥିବାବେଳେ ୫,୨୨୦ (କ୍ୟାସ ୯୯୫) ଟଙ୍କା ରହିଛି ।
ସେହିପରି ଗତକାଲି ଅପେକ୍ଷା ଆଜି ରୂପା ମୂଲ୍ୟରେ ୧୦୦ ଟଙ୍କା ବୃଦ୍ଧି ପାଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୩, ୫୦୦ ଟଙ୍କାରେ କାରବାର ହେଉଛି ।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଚେକ୍‌ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ସୁନାର ଶୁଦ୍ଧତା ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ସୁନାର ଶୁଦ୍ଧତା ଯାଞ୍ଚ କରାଯିବା ସହ ଏହା ସହ ଜଡ଼ିତ କୌଣସି ଜିନିଷକୁ ନେଇ ଅଭିଯୋଗ ମଧ୍ୟ କରିପାରିବେ ।