Advertisment

Union Budget: ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇଲେ ରାଷ୍ଟ୍ରପତି

ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତିଙ୍କଠାରୁ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ବଜେଟ ଉପସ୍ଥାପନ ପୂର୍ବରୁ ଆଶୀର୍ବାଦ କରିଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
President of india

President of india

ଆଜି ସଂସଦରେ ଉପସ୍ଥାପତି ହେବ ପୂର୍ଣ୍ଣାଙ୍ଗ ବଜେଟ୍‌। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍‌ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଛନ୍ତି। ଏହି ବଜେଟ୍‌କୁ ରାଷ୍ଟ୍ରପତିଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଏହି ସମୟରେ ଦେଖିବାକୁ ମିଳିଥିଲା ନିଆରା ଦୃଶ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇ ଥିଲେ।

Advertisment

ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତିଙ୍କଠାରୁ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳା ସୀତାରମଣଙ୍କୁ ବଜେଟ ଉପସ୍ଥାପନ ପୂର୍ବରୁ ଆଶୀର୍ବାଦ କରିଥିଲେ। ନିଜ ହାତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିର୍ମଳା ସୀତାରମଣଙ୍କୁ ଦହି ଚିନି ଖୁଆଇ ଦେଇଥିଲେ।

ଆଜି ଆସିବ ପୂର୍ଣ୍ଣାଙ୍ଗ ବଜେଟ୍। ଅଷ୍ଟମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବାକୁ ଯାଉଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ। ତେବେ ଏଥର ବଜେଟ୍ ଲୋକାଭିମୁଖୀ ହେବ ବୋଲି ଆଶା ରଖିଛନ୍ତି ଲୋକେ। ସାଧାରଣ ଗୃହିଣୀଠାରୁ ଆରମ୍ଭ କରି ଆୟକର ଦାତା ଯାଏ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଛନ୍ତି।

Advertisment

ତେବେ ଏଥର ବଜେଟରେ ମନେ ହେଉଛି ସରକାର ମୁଦ୍ରାସ୍ଫୀତି ଏବଂ ଟିକସ କ୍ଷେତ୍ରରେ ଅନେକ ଘୋଷଣା କରିପାରନ୍ତି। ଏଗୁଡ଼ିକ ମଧ୍ୟରୁ ସବୁଠାରୁ ବଡ଼ ଉପହାର ଟିକସ ଛାଡ଼ ଆକାରରେ ମିଳିବାର ସମ୍ଭାବନା ଅଛି।

President Union Budget Nirmala Sitharaman
Advertisment
Advertisment