/odishatv-khabar/media/post_attachments/uploadimage/library/16_9/16_9_0/IMAGE_1673504880.jpg)
Today Gold Price
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି। ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୫ ହଜାର ୫୦୦ ଟଙ୍କା ରହିଥିବା ବେଳେ ଆଜି ତାହା ସାମାନ୍ୟ ବୃଦ୍ଧି ପାଇ ୫୫ ହଜାର ୬୦୦ ଟଙ୍କା ରହିଛି।
ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୩,୨୦୦ ଟଙ୍କା ରହିଛି। ସେହିଭଳି ୨୦ କ୍ୟାରେଟ୍ ସୁନାର ଦର ୪୮ ହଜାର ୪୦୦ ଟଙ୍କା ରହିଥିବା ବେଳେ ୧୮ କ୍ୟାରେଟ୍ ସୁନା ଦର ୪୩,୭୦୦ ରାହିଛି। ଅନ୍ୟପଟେ ୧୪ କ୍ୟାରେଟ ସୁନା ମୂଲ୍ୟ ୩୪,୪୦୦ ଟଙ୍କା ରହିଛି ।
କଟକ ରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା ଗ୍ରାମ ପିଛା ୫,୭୭୦ (ଜିଏସ୍ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୫୪୦ (କ୍ୟାସ ୯୯୫) ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ରୁପା ଦରରେ ମଧ୍ୟ ପରିବର୍ତ୍ତନ ହୋଇଛି। ଶୁଦ୍ଧ ରୂପା କିଲୋ ପିଛା ୬୮,୬୮୦ ଟଙ୍କାରେ କାରବାର ହେଉଛି।
ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)