Today Gold Price - 14th Sept : କମିଲା ସୁନା ଦର, ଜାଣନ୍ତୁ କେତେ ଅଛି ସୁନାର ଦାମ୍

ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଆଜି ସୁନା-ରୂପା ଦରରେ ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୭୫୦ ରହିଛି।

Today Gold Price

News Summary

ଜାଣନ୍ତୁ କେତେ ଅଛି ସୁନାର ଦାମ୍

 କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ରହିଛି ୫୧ ହଜାର ୭୫୦ ଟଙ୍କା । ରାଜଧାନୀ ଭୁବନେଶ୍ୱରରେ ୨୩ କ୍ୟାରେଟ୍‌ (ଜିଏସଟି) ୧୦ ଗ୍ରାମ୍‌ ସୁନାର ମୂଲ୍ୟ ୪୮ ହଜାର ୪୦୦ ଟଙ୍କାରେ ବିକ୍ରି ହେଉଛି ।

ଏହାସହ ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୪୬, ୪୫୦ ଥିବାବେଳେ ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୨, ୨୦୦ ଟଙ୍କା, ୩୭,୯୦୦ ଟଙ୍କା ଓ ୨୯, ୬୦୦ ଟଙ୍କା ରହିଛି । ସେହିପରି ସୁନା କଏନ୍‌ର ମୂଲ୍ୟ ୩୮,୩୦୦ ଟଙ୍କାରେ ପହଞ୍ଚିଛି ।

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ସୁନା ଗ୍ରାମ ପିଛା ୫,୧୭୫ (ଜିଏସ୍‌ଟି ୯୯୫) ଟଙ୍କା ହୋଇଥିବାବେଳେ ୫,୧୫୦(କ୍ୟାସ ୯୯୫) ଟଙ୍କା ରହିଛି ।

ସେହିପରି ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୫୬,୪୦୦ ଟଙ୍କାରେ କାରବାର ହେଉଛି ।

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ଏହି ଆପ୍‌ ମାଧ୍ୟମରେ ଆପଣ କେବଳ ଶୁଦ୍ଧତା ଯାଞ୍ଚ ସହ ଅଭିଯୋଗ ମଧ୍ୟ କରିପାରିବେ ।