Advertisment

Today Gold Price- 19th Nov 2022 : ବିବାହ ଋତୁରେ କମିଲା ସୁନା ଓ ରୁପା ଦର, ଘରକୁ କିଣି ଆଣନ୍ତୁ ସୁନା ଗହଣା

କମିଲା ସୁନା ଦର । ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଗତକାଲି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୨,୪୦୦ ରହିଥିବା ବେଳେ ଆଜି ସୁନା ଦର ସାମାନ୍ୟ ହ୍ରାସ ପାଇ ୨୩ କ୍ୟାରେଟ୍ ସୁନା ୫୨,୨୦୦ ରହିଛି ।

author-image
Pallipuspa Samal
gold price today

gold price today

ବିବାହ ଋତୁ ଆରମ୍ଭ ହୋଇସାରିଥିବା ବେଳେ ଜୋରସୋରରେ ଗହଣା କିଣା ଚାଲିଛି ।  ‌ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୨,୨୦୦ଟଙ୍କାରେ ପହଞ୍ଚିଛି ।

Advertisment

ସେହିପରି ୨୨ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୫୦,୦୦୦ ଟଙ୍କା ରହିଛି । ୨୦, ୧୮ ଓ ୧୪ କ୍ୟାରେଟ ସୁନା ମୂଲ୍ୟ ଯଥାକ୍ରମେ ୪୫, ୫୦୦ ଟଙ୍କା, ୪୧,୧୦୦ ଟଙ୍କା ଓ ୩୨, ୩୦୦ ଟଙ୍କା ରହିଛି । ସୁନା କଏନ୍‌ର ମୂଲ୍ୟ ୪୧,୫୦୦ ଟଙ୍କାରେ ପହଞ୍ଚିଛି। ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୪୦୦ ଟଙ୍କାରେ କାରବାର ହେଉଛି।

ସୁନା କଏନ୍‌ର ମୂଲ୍ୟ ୪୧,୭୦୦ ଟଙ୍କାରେ ପହଞ୍ଚିଛି । ଅନ୍ୟପଟେ ଗତକାଲି ତୁଳନାରେ ଆଜି ରୂପା ଦରରେ ପରିବର୍ତ୍ତନ ହୋଇଛି । ଫଳରେ ଶୁଦ୍ଧ ରୂପା କିଲୋ ପିଛା ୬୧,୪୦୦ ଟଙ୍କାରେ କାରବାର ହେଉଛି ।

Advertisment

ତେବେ ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତା’ହେଲେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Gold Price Today
Advertisment
Advertisment